Odia News Portal

ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଅଭିଯୋଗ ଶୁଣାଣି ହେବ :ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ   ଓ ନଗରଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।