Odia News Portal

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତକୁ ବୃଦ୍ଧି କରିଛନ୍ତି ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର । ୪ ପ୍ରତିଶତ ବଢ଼ିବା ପରେ ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି ହୋଇଛି । ତେବେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ ।