Odia News Portal

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀଙ୍କ ପ୍ରାଣହାନି

 ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀଙ୍କ ପ୍ରାଣହାନି ଘଟିଥିବା ଜଣାଯାଇଛି। ଭିନ୍ନ ଭିନ୍ନ ଅପରେସନରେ ବିଜାପୁରରେ ୨୦ ଓ କାଙ୍କେରରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏହି ଅପରେସନ ବେଳେ ଡିଆରଜିର ଜଣେ ଯବାନ ଅବଶ୍ୟ ସହିଦ ହୋଇଛନ୍ତି। ଯେଉଁଠି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। 

ସୂଚନା ମୁତାବକ ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି  ଟିମ୍ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲେ। ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ହଠାତ୍ ମାଓବାଦୀମାନେ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀମାନେ ଗୁଳି ଚଳାଇଥିଲେ । ଏହି ଗୁଳିବିନିମୟରେ ୨୪ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି।