ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।
ପାଣିପାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଜି ଓ ଆସନ୍ତକାଲି ମେଘୁଆ ପାଗ ସହ ବର୍ଷାର ହେବ। ଥିସହ ରବିବାର ମଧ୍ୟ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି