Odia News Portal

୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ କର୍ମଚାରୀ ଜଣେ ଓଏପିଏଫ୍‌ କନଷ୍ଟେବଲ ଏବଂ ଜଣେ ହୋମ୍‌ଗାର୍ଡ ପ୍ରାଣ ହରାଇଥିବା ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।