Odia News Portal

ଖୋର୍ଦ୍ଧାରୁ ୧୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ । ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୧୧୬କୁ ବୃଦ୍ଧିପାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ବରଗଡ ଜିଲାରେ ୭ ଓ ଗଞ୍ଜାମରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହିସମୟ ମଧ୍ୟରେ ବଲାଙ୍ଗିର ଜିଲାରେ ୪ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।
ରାଜ୍ୟର ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁର ଜିଲାରେ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି। ସେହିଭଳି ଅନୁଗୁଳ, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ବଉଦ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୁରଭଞ୍ଜରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଗତ ୨୪ ଘଣ୍ଟା ମଧ୍ୟରେ ଜୀବନ ହରାଇଛନ୍ତି।