ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬ଟି ଜିଲ୍ଲାରେ RT-PCR ଟେଷ୍ଟି ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଚିହ୍ନିତ ୧୬ ଜିଲ୍ଲା ଗୁଡ଼ିକ ହେଉଛି ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳଯାଜପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ଗଜପତି, ସୋନପୁର, କନ୍ଧମାଳ, ସୁନ୍ଦରଗଡ଼, ରାୟଗଡ଼ା ଓ ବରଗଡ଼ ସଦର ମହକୁମାରେ RT-PCR ଟେଷ୍ଟ ସେଣ୍ଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଏହି ଟେଷ୍ଟ ସେଣ୍ଟର ଗୁଡ଼ିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ । ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏଁ ମାଇକ୍ରୋବାଓଲୋଜିଷ୍ଟ ଓ ତିନି ଜଣ ଲାବ ଟେକ୍ନିସିଆନଙ୍କୁ ନିୟୋଜିତ କରାଯିବ । କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ ।