ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୯,୬୧୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୫,୬୩,୪୨୧ ଓ ମୃତ୍ୟୁସଂଖ୍ୟା ୪,୪୬,୬୫୮ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୦୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୮,୭୬,୩୧୯ରେ ପହଞ୍ଚିଛି।