ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାର କେତେକ ସହରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଛୁଇଁବାର ସମ୍ଭାବନା ରହିଛି। ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।