Odia News Portal

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ଦୈନିକ ସଂକ୍ରମଣ ହାର । ତେବେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଟକରୁ ୨୯୫, ବାଲେଶ୍ୱରରୁ ୨୯୦, ଭଦ୍ରକରୁ ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ବରଗଡ଼ରୁ ୩୯ ବଲାଙ୍ଗିରରୁ ୩୦, ବୌଦ୍ଧରୁ ୪୦, , ଦେବଗଡ଼ରୁ ୧୧ ଓ ଢେଙ୍କାନାଳରୁ ୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ଗଜପତି ଜିଲ୍ଲାରୁ ୨୫, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୭, ଯାଜପୁରରୁ ୨୨୬, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୮ ଓ କେନ୍ଦୁଝରରୁ ୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କୋରାପୁଟରୁ ୬୮, ମାଲକାନଗିରିରୁ ୪୩, ମୟୂରଭଂଜରୁ ୧୬୭, ନବରଙ୍ଗପୁରରୁ ୬୩, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୨୦, ପୁରୀରୁ ୧୮୦, ରାୟଗଡ଼ାରୁ ୪୪, ସମ୍ବଲପୁରରୁ ୩୦, ସୁବର୍ଣ୍ଣପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଓ ଷ୍ଟେଟପୁଲରୁ ୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ରେ ପହଞ୍ଚିଲା।