ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୭ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭,୦୯୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୦୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୮,୫୭,୯୩୭ ଓ ମୃତ୍ୟୁସଂଖ୍ୟା ୪,୩୯,୫୨୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୧୮୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୦,୨୮,୮୨୫ରେ ପହଞ୍ଚିଛି।