ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪୯ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୩୫ ଜଣ, କଟକରୁ ୮୪ ଜଣ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ ଲେଖାଏଁ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩୦ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୨୫ ଜଣ,କେନ୍ଦ୍ରାପଡ଼ାରୁ ୨୪ ଜଣ, ପୁରୀରୁ ୧୭ ଜଣ, ଅନୁଗୁଳ, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଭଦ୍ରକ, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଏଁ, ରାୟଗଡ଼ାରୁ ୩ ଜଣ, ବରଗଡ଼, ଢ଼େଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, ଗଜପତି,ମୟୂରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।