ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଶାସକ ବିରୋଧୀ ବୈଠକ ।ସୋମବାର ସନ୍ଧ୍ୟା ୫ଟା ୩୦ ମିନିଟରେ ବିଧାନସଭା ସମ୍ମିଳନୀ କକ୍ଷରେ ବୈଠକ ବସିବ । ସବୁ ଦଳର ବିଧାୟକମାନେ ଭାଗ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଖୁବ୍ ଶୀଘ୍ର ବିଧାନସଭା ସଚିବାଳୟ ପକ୍ଷରୁ ସବୁ ବିଧାୟକମାନଙ୍କୁ ଏ ସଂକ୍ରାନ୍ତ ଚିଠି ପଠାଯାଇଛି। ଯଦି କୌଣସି ବିଧାୟକ ବିଧାନସଭା ସମ୍ମିଳନୀ କକ୍ଷକୁ ଆସି ନ ପାରିବେ, ତାହେଲେ ସେ ନିଜ ଜିଲ୍ଲା କିମ୍ବା ନିର୍ବାଚନମଣ୍ଡଳୀରେ ରହି ଭିଡିଓ କନଫରେନ୍ ସିଂ ଜରିଆରେ ଭାଗ ନେଇ ପାରିବେ ।ମହାମାରୀ ନିୟନ୍ତ୍ରଣ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି, ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକମାନଙ୍କୁ ଅବଗତ କରାଇବେ ।