ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ମଧ୍ୟ ସେ ଦାୟିତ୍ୱ ନେଇଛନ୍ତି। ବିଜେଡି ନେତା ସୁବାସ ଚୌହାନଙ୍କର ଗତବର୍ଷ ମେ’ ୧୦ତାରିଖରେ ମୃତ୍ୟୁ ହେବାପରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା ।

ଶ୍ରୀ ତ୍ରିପାଠୀ ଡିସେମ୍ବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବାପରେ ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିଲା । ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ଆଞ୍ଚଳିକ ବିକାଶ, ପର୍ଯ୍ୟଟନ ଓ ନିଯୁକ୍ତି କ୍ଷେତ୍ରରେ ସରକାରଙ୍କୁ ପରାମର୍ଶ ଦେବେ।