Odia News Portal

ଆଜି ଗୃହରେ ଦୁଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା

ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟରେ ବିଭାଗୀୟ ଖର୍ଚ୍ଚଦାବି ଆଲୋଚନା ଜାରି ରହିଛି । ଗତକାଲି ଏସସିଏସଟି ଓ ସଂଖ୍ୟାଲଘୁ ବିଭାଗର ଖର୍ଚ୍ଚଦାବି ଗୃହୀତ ହୋଇଛି । ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଉଚ୍ଚଶିକ୍ଷା ବିଭାଗର ୩ ହଜାର ୧୭୨ କୋଟି ୮୭ ଲକ୍ଷ ୧୦ ହଜାର ଟଙ୍କାର ଖର୍ଚ୍ଚଦାବି ଆଗତ କରିବେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରି ।
ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨୨ ହଜାର ୫୨୭ କୋଟି ୮୦ ଲକ୍ଷ ୨୩ ହଜାର କୋଟି ଟଙ୍କାର ଖର୍ଚ୍ଚଦାବି ଆଗତ କରିବେ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏହା ସହିତ ପ୍ରଶ୍ନକାଳରେ ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ, ଜଙ୍ଗଲ ଓ ପରିବେଷ, ଜଳବାୟୁ ବରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ରହିଛି ।