Odia News Portal

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ
କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କିଛି କରିବାର ନାହିଁ । ପ୍ରତୀକ୍ଷିତ ସ୍ଥାନରୁ ଶୁଭଖବର ପାଇ ଉଲ୍ଲସିତ ହେବେ । ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ ।

ବୃଷ
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାର ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ଯୋଗୁ ଏହି ସମୟରେ ସରକାରୀ ସ୍ତରରେ ହାରିଗୁହାରି କିଏ ବୁଝିବେ ନାହିଁ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି ।

ମିଥୁନ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାଯ୍ୟ ଲାଭରୁ ଉପକୃତ ହେବେ । ସରକାରୀ ଆଦେଶପ୍ରାପ୍ତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାମାନ୍ୟ ବିଳମ୍ବରେ ଅଭିଳଷିତ ଅର୍ଥ ପାଇବେ ।

କର୍କଟ
ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ବିବ୍ରତବୋଧ କରିପାରନ୍ତି । କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହେବ । ମଜା କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ ।

ସି˚ହ
ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ । କାଶ ଓ କଫଜନିତ ପୀଡାରୁ କଷ୍ଟ ଅନୁଭବ କରିପାରନ୍ତି ।

କନ୍ୟା
ଦୃଷ୍ଟିକୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।
କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ ।

ତୁଳା
ଆଜିର ଯାତ୍ରାରେ ସଫଳତା ପାଇବେ । କର୍ମକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ସାମାଜିକ ସ୍ତରରେ ଶତ୍ରୁତା କାରଣରୁ ମାନସିକ ଅସ୍ଥିରତା ଲାଗିରହିବ ।

ବିଛା
ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲାଭଳି କଥା କହିପାରିଲେ ସହଜରେ କାମ ହାସଲ କରିପାରିବେ । ସାହାଯ୍ୟ ଲାଭ କରି ଆଜି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାର ଆଶା ରହିଛି । ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ କଳହର ସାମନା କରିବାକୁ ପଡିବ । ସ୍ବାସ୍ଥ୍ୟ ପୂର୍ବପରି ରହିବ ।

ଧନୁ
କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ରାଜନୀତି ତଥା ପ୍ରଶାସନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

ମକର
ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ, ଯାହା କି କାମ ପାଇଁ ମନୋବଳ ସୃଷ୍ଟି କରିବ । ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି । ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ

କୁମ୍ଭ
କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅନିଚ୍ଛା ସତ୍ତ୍ୱେ କେତେକ କାମ କରିବାକୁ ବାଧ୍ୟ ହେବେ । ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ । ଭୁଲ୍‌ ବୁଝାମଣାରୁ ବିଚଳିତବୋଧ କରିପାରନ୍ତି ।

ମୀନ
ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ମଧ୍ୟ ଭଲ ରହିବ ନାହିଁ । ଅସଫଳ କାମଗୁଡିକର ସମୀକ୍ଷା କରିବେ ଓ ଅସଂଗତି ଦୂର କରିବାର ପ୍ରଯନତ୍ କରିବେ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି ।