ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ପାଳୁଛି ୨୪ ତମ ପ୍ରତିଷ୍ଠା ଦିବସ । କୋଭିଡ କଟକଣା ଭିତରେ ଦଳ ପାଳନ କରୁଛି ପ୍ରତିଷ୍ଠା ଦିବସ । ତେବେ ଏନେଇ ଆଜି ଭୁବନେଶ୍ୱର ଫରେଷ୍ଟ ପାର୍କସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ସେହିପରି ୟୁନିଟ-୬ ରେ ଥିବା ଦଳୀୟ କାର୍ଯ୍ୟାଳୟରେ ମଧ୍ୟ ସାଧାରଣ ସଭାର ଆୟୋଜନ କରାଯାଇଛି । ତେବେ ଭିଡିଓ କନଫରେନ୍ସିଂ ଜରିଆରେ ଏଥିରେ ସାମିଲ ହୋଇଛନ୍ତି ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦଳର ଯୁବ ଓ ରାଜ୍ୟ କାର୍ଯ୍ୟକାରିଣୀରେ କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରି ବିଜେପିକୁ ଜୋରଦାର ଟାର୍ଗେଟ କରିଥିଲେ ନବୀନ । ତେଣୁ ଦଳର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ନେତା ଓ କର୍ମୀଙ୍କୁ କଣ ଆହ୍ୱାନ ଦେବେ ତା ଉପରେ ରାଜ୍ୟବାସୀଙ୍କ ନଜର ରହିଛି ।