ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ ଉପସଭାପତି ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାର୍ଲ୍ୟାଣ ପରେ ବୈଠକ ଆରମ୍ଭ ହୋଇଥିଲା । ଦିବଙ୍ଗତ ନେତାଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ବିଜେଡି ହେଉଛି ଲୋକଙ୍କ ଦଳ; ଲୋକଙ୍କ ସେବାରେ ସମର୍ପିତ । ପ୍ରତିଦିନ ଲୋକଙ୍କ କାମ କରିବାକୁ କାର୍ଯ୍ୟକାରିଣୀରେ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ଟ୍ଟନାୟକ । ସାଙ୍ଗଠନିକ ସାଂଦକ ପ୍ରଣବ ପ୍ରକାଶ ଦାସଙ୍କ ଦ୍ୱାରା ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା ।

ତୃଣମୂଳସ୍ତରରେ ବିଜେଡିକୁ ଅଧିକ ସଂଗଠିତ କରିବା ସହ ଦଳର ସଦସ୍ୟଙ୍କ ସଂଖ୍ୟା ୧କୋଟିରୁ ଅଧିକରେ ପହଞ୍ଚିଛି । ଦଳ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପ୍ରତିଦିନ ସାଧାରଣ ଲୋକଙ୍କ ଆସ୍ଥା ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦଳ ଆଜି ମୁଣ୍ଡ ଟେକି ଠିଆ ହୋଇଛି । କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଛବିକୁ କଦାପି ମଳିନ କରିବାକୁ ଦିଆଯିବ ନାହିଁ ଏବଂ ସାରା ରାଜ୍ୟରେ ବିଜେଡି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ କାର୍ଯ୍ୟ ଘରେ ଘରେ ପହଞ୍ଚାଇବାକୁ ପ୍ରଣବ ପ୍ରକାଶ ଦାସ କହିଥିଲେ ।
ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବରିଷ୍ଠ ନେତା ୯ଟି ପ୍ରସ୍ତାବ ଆଗତ କରିଥିଲେ । କେନ୍ଦ୍ରର ଅବହେଳା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ବୋଲି ବରିଷ୍ଠ ନେତାମାନେ ମତ ଦେଇଥିଲେ । ଏସବୁ ସତ୍ତ୍ୱେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ଦିଗଦର୍ଶନ ପାଇଁ ରାଜ୍ୟର ସମସ୍ତ ଲୋକାଭିମୁଖୀ କାର୍ଯ୍ୟ ଜାରି ରହିଛି ଏବଂ ଆଗକୁ ମଧ୍ୟ ଜାରି ରହିବ । କେବଳ ଏତକି ନୁହେଁ ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ରାଜ୍ୟକୁ ବାରମ୍ବାର ଆଘାତ ଦେଇଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ଏହାକୁ ସଠିକ ଭାବେ ମୁକାବିଲା କରିଛନ୍ତି । ସେହିପରି କୃଷି ଓ କୃଷକଙ୍କୁ ଅଗ୍ରାଧିକାର ତଥା ସାମଗ୍ରିକ ବିକାଶ ପାଇଁ ବିଜେଡି ସଦାସର୍ବଦା କାର୍ଯ୍ୟ କରିଆସିଛି । ସ୍ୱାମୀନାଥନ କମିଟି ସୁପାରିଶ ଅନୁସାରେ ଏମ୍ଏସପି ପାଇଁ ଲଢେଇ ଜାରି ରହିବ ।

ଓଡିଶା ସ୍ୱତନ୍ତ୍ର ରାଜ୍ୟ ପାଇଁ ସମ୍ପୂର୍ଣ ହକଦାର । କିନ୍ତୁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେବା ସତ୍ତ୍ୱେ ବାରମ୍ବାର ପ୍ରତାରଣା କରୁଛି । ତେଣୁ ଆଗକୁ କିଭଳି ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇବ ସେଥିପାଇଁ ଦଳ ଦାବି ଉପସ୍ଥାନ ଜାରି ରଖିବ ।ମହିଳା ସଶକ୍ତିକରଣ ପାଇଁ ରାଜନୈତିକ ପ୍ରସ୍ତାବ ମଧ୍ୟ ଅନୁମୋଦିତ ହୋଇଛି । ରାଜ୍ୟରେ ପଞ୍ଚାୟତ ବ୍ୟବସ୍ଥାରେ ମହିଳାମାନଙ୍କୁ ସଂରକ୍ଷଣ ଦିଆଯାଇଛି | ବିଧାନସଭା ଓ ସଂସଦରେ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଦାବି ହୋଇଛି । ଏହି ବୈଠକରେ ମଧ୍ୟ ଓଡିଶାର ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ପାଇଁ ମଧ୍ୟ ପ୍ରସ୍ତାବ ଅନୁମୋଦିତ ହୋଇଛି । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟର ମାନ୍ୟତା ପାଇଁ ଦାବି ହୋଇଛି । କେବଳ ସେତକି ନୁହେଁ ଓଡିଶାର ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ହିସାବରେ ଗ୍ରହଣ କରିବାକୁ ପ୍ରସ୍ତାବ କରାଇଛି ।

ବରପୁତ୍ର ମାନଙ୍କର ଜୀବନୀକୁ ପାଠ୍ୟପୁସ୍ତକରେ ସ୍ଥାନ ଦେବାକୁ ପ୍ରସ୍ତାବ ଦିଆଯାଇଛି । ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ପୂର୍ଣ୍ଣ ସଶକ୍ତିକରଣ ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । ଦଳର ବିଭିନ୍ନ ସାମୁଖ୍ୟ ତରଫରୁ ମଧ୍ୟ ସେମାନଙ୍କୁ ସଶକ୍ତ କରିବା ପାଇଁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟରେ କିଭଳି ଛୁଆ ବର୍ଗଙ୍କ ବିକାଶ ହୋଇାରିବ ସେଥିପାଇଁ ପ୍ରସ୍ତାବ ଗ୍ରହଣ କରାାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟକାରିଣୀ ବୈଠକରେ ଉପସ୍ଥିତ ସମସ୍ତ କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜ୍ଞାପନ କରି ସଭାକୁ ଆନୁଷ୍ଠାନିକ ଭାବେ ସମାନ କରିଥିଲେ ପ୍ରଣବ ପ୍ରକାଶ ଦାସ ।ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ପ୍ରମିଳା ମଲ୍ଲିକ, କିଶୋର କୁମାର ମହାନ୍ତି, କଳିକେଶ ନାରାୟଣ ସିଂହଦେଓ, ରମେଶ ଚନ୍ଦ୍ର ମାଝୀ, ଚନ୍ଦ୍ରଶେଖର ସାହୁ ସାଧାରଣ ସମ୍ପାଦକ, ମାନସ ରଞ୍ଜନ ମଙ୍ଗରାଜ ଓ ଡଃ.ସସ୍ମିତ ପାତ୍ର ଆଦି ଉପସ୍ଥିତ ଥିଲେ ।