Odia News Portal

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିଣତ ହେଲା ପାଇକମାଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି।
ପଦ୍ମପୁର ପାଇଁ ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବି କରିଥିଲେ। ସ୍ଥାନୀୟ ଲୋକଙ୍କର ଦାବି ମୁତାବକ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ। ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ।
ସୂଚନାଯୋଗ୍ୟ, ବରଗଡ଼ ଜିଲ୍ଲା ପାଇକମାଳର ଜନସାଧାରଣ ସେହି ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବି କରିଆସୁଥିଲେ। ସେମାନଙ୍କର ଦାବିକୁ ଏବେ ମୁଖ୍ୟମନ୍ତ୍ରୀ ପୂରା କରିଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହର ଖେଳିଯାଇଛି।