ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଧାରୁ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।