Odia News Portal

ନଜର ପକାନ୍ତୁ ଦେଶରେ ଆଜି କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଲକଡାଉନ ଓ ସଟଡାଉନ ମାଧ୍ୟମରେ ଭାଙ୍ଗୁଛି କରୋନା ଚେନ୍ । କମୁଛି ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ୧,୨୦,୫୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୬,୯୪,୮୭୯ ଓ ମୃତ୍ୟୁସଂଖ୍ୟା ୩,୪୪,୦୮୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୯୭,୮୯୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୭,୯୫,୫୪୯ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫,୫୫,୨୪୮ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୭୮,୬୦,୩୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୪ ତାରିଖ ସୁଦ୍ଧା ସମୁଦାୟ ୩୬,୧୧,୭୪,୧୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୮୪,୪୨୧ଟି ନମୁନା ।