ଭୁବନେଶ୍ୱର:ଆସନ୍ତାକାଲି ବାତ୍ୟାର ରୂପ ନେବ ୟସ୍।ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି ମହାନିର୍ଦ୍ଦେଶକ କହିଛନ୍ତି ।
ଆଇଏମ୍ ଡି ମହାନିର୍ଦ୍ଦେଶକଙ୍କ କହିବା ଅନୁଯାୟୀ, ୱେଲମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ୨୪ ତାରିଖରେ ଏହା ବାତ୍ୟାର ରୂପ ନେବାପରେ ‘ୟାସ୍’ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାପରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ।

ତେବେ ୨୫ ତାରିଖରୁ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର. କଟକ, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରା ଯାଇଛି। ୨୬ ତାରିଖ ସକାଳେ ବାତ୍ୟା ‘ୟାସ୍’ ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।