ଭୁବନେଶ୍ୱର: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ଘଟଣାରେ ଚେତିଛନ୍ତି ରାଜ୍ୟ ସରକାର । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ ପିସିସିଏଫଙ୍କୁ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେ ଆଜି ଶିମିଳିପାଳ ଗସ୍ତ କରି ନିଆଁ ଲାଗିବାର କାରଣ ସମ୍ପର୍କରେ ତଦନ୍ତ କରିବେ । ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି | ତେବେ ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭା କାର୍ଯ୍ୟରେ ପ୍ରାୟ ହଜାରରୁ ଅଧିକ କର୍ମଚାରୀ ଲାଗି ପଡିଛନ୍ତି | ଶିମିଳିପାଳର ୭ଟି ରେଞ୍ଜରେ ଲାଗିଛି ନିଆଁ |
ଅନ୍ୟପକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ।