ନୂଆଦିଲ୍ଲୀ: ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ଅର୍ପଣ କରି ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜପଥରେ ପହଞ୍ଚିବା ପରେ ‘ଜାତୀୟ ଯୁଦ୍ଧ ସ୍ମାରକୀ’ ସ୍ଥଳକୁ ଯାଇଥିଲେ । ତାଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍ ଜେନେରାଲ୍ ବିପିନ ରାଓ୍ଵତ ମଧ୍ୟ ସେଠାକୁ ଯାଇ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


ସ୍ମାରକୀରେ ଥିବା ‘ସେରିମୋନିଆଲ୍ ବୁକ୍’ରେ ମଧ୍ୟ ପ୍ରଧାନମନ୍ତ୍ରୀ ସ୍ୱାକ୍ଷର କରିଥିଲେ ।ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତିରେ ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।