Odia News Portal

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ତାଲିକା ପ୍ରସ୍ତୁତ

ଜିଲ୍ଲା ପରିଷଦ ଅଧକ୍ଷ ପାଇଁ ତାଲିକା ପ୍ରସ୍ତୁତ । କେବଳ ମହିଳା ମାନଙ୍କ ପାଇଁ ୮ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । ୧୦ଟି ଜିଲ୍ଲାରେ ଅଣସଂରକ୍ଷିତ ରହିଛି ଆସନ । ୭ଟି ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ପାଇଁ ସଂରକ୍ଷିତ ରହିଛି ।
କେନ୍ଦ୍ରାପଡ଼ା, ବୌଦ୍ଧ ଓ ଯାଜପୁରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତିର ମହିଳା ମାନଙ୍କ ପାଇଁ ଥିବା ବେଳେ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ ଅନୁସୂଚିତ ଜନଜାତିର ମହିଳାଙ୍କ ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ଅନୁଗୁଳ, କଟକ, କଳାହାଣ୍ଡି, କେନ୍ଦୁଝର, ଗଜପତି, ଦେବଗଡ଼, ନୟାଗଡ଼, ବରଗଡ଼, ବାଲେଶ୍ବର ଓ ସୋନପୁର ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଛି ।