ଭୁବନେଶ୍ୱର: ଆସୁଛି ଏବର୍ଷର ସବୁଠି ବଡ଼ ଲଘୁଚାପ । ଆସନ୍ତାକାଲି ଠାରୁ ଆସୁଛି ବଡ଼ ବର୍ଷା। ୧୧ରେ ଏବର୍ଷର ସବୁଠୁ ବଡ଼ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷିବ। ୧୩ ତାରିଖ ସକାଳ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ହେବ । ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ ।

କାଲି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ବର୍ଷା ଫଳରେ ନିଅଣ୍ଟିଆ ବର୍ଷା ଭରଣା ହେବ। ଜୁନ ୧ରୁ ବର୍ତ୍ତମାନ ବର୍ତ୍ତମାନ ସୁଦ୍ଧା ୧୨ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୮ ଜିଲ୍ଲାରେ ନିଅଣ୍ଟିଆ ରହିଛି। ରାଜ୍ୟରେ ସ୍ୱାଭାବିକ ଠୁ ୨୭ ପ୍ରତିଶତ କମ୍ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
