ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ । ଅଫଲାଇନ ପରୀକ୍ଷାରେ ୫୨୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଯେଉଁଥିରେ ୩୧୦୦ ଛାତ୍ର ଓ ୨୧୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୮୦.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୧୪୧ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି । ଫେଲ ହୋଇଥିବା ଛାତ୍ରଛାତ୍ରୀ କିଛି ବିଷୟରେ ପରୀକ୍ଷା ଦେଇଥିବା ବେଳେ କିଛି ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ । ତେବେ କରୋନା କାଳରେ ପରୀକ୍ଷା ହୋଇଥିବାରୁ ବିଭିନ୍ନ କାରଣ ପାଇଁ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିନାହାନ୍ତି । ତେଣୁ ଅନୁପସ୍ଥିତ ହୋଇ ଫେଲ ହୋଇଥିବା ଛାତ୍ରଛାତ୍ରୀ ପୂର୍ବରୁ ଯେଉଁ ନମ୍ବର ରଖିଥିଲେ ସେହି ନମ୍ବର ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।