ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’ | ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ଆଇ.ଟି.ଆଇ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଛି। ଏହା ଦ୍ୱାରା ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।
ସୂଚନା ଅନୁଯାୟୀ,୨୦୨୦ ଏପ୍ରିଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଇଛି । କୋଭିଡ କାରଣରୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନଥିଲେ । ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇ ପାରିବେ।