ରାଜ୍ୟରେ ଆଉ ୪ ଜଣଙ୍କର ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଳାହାଣ୍ଡି, ନୂଆପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୩୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୮୨୭୧୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।