ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ବେଳେ ୨୦୮ ଜଣ କ୍ବାରେଣ୍ଟାଇନରେ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ,ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ ଚିହ୍ନଟ ହୋଇଛନ୍ତି |
ସେହିଭଳି ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୭ଜଣ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୧୨ଜଣ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୧୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬୩୫୯୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇ ସାରିଛି ।