Odia News Portal

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ,ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଖି ବୁଜିଲେ ୩ କରୋନା ଆକ୍ରାନ୍ତ | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସୁନ୍ଦରଗଡ଼ରୁ ଦୁଇଜଣ ଆକ୍ରାନ୍ତ ଆଖି଼ ବୁଜିଛନ୍ତି। କଳାହାଣ୍ଡିରୁ ମଧ୍ୟ ଜଣେ ୨୦ ବର୍ଷୀୟ ଯୁବତୀଙ୍କର କରୋନାରେ ମୃତ୍ୟୁ ଘଟିଛି। ସେ ହେପାଟାଇଟିସରେ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସେହିପରି ସୁନ୍ଦରଗଡରୁ ମୃତ୍ୟୁ ବରଣ କରିଥିବା ୨ ଜଣ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୪୩ ଓ ୪୫ ବର୍ଷ ।

ସେହିଭଳି ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡରେ ସର୍ବାଧିକ ୫୦ ଜଣ ଲେଖାଏ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୫୯୬ ଥିବାବେଳେ ୩୨୧୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ବର୍ତ୍ତମାନ ଆକ୍ଟିଭ କେସ ସଂଖ୍ୟା ୩୦୫୭ ରହିଛି ।