ଭୁବନେଶ୍ୱର() ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିଛି।କେଉଁଠି ବର୍ଷା ସହ ପବନ ବାଡ଼େଇଛି ତ ଆଉ କେଉଁଠି ଘର ଦ୍ବାର ଭାଙ୍ଗିଛି। ଭୁବନେଶ୍ବର ସମେତ ରାଜ୍ୟର କେତେକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବାର ଖବର ବି ଆସିଛି। ଆଗକୁ ଆହୁରି ଅଧିକ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ସୁନ୍ଦରଗଡ଼, କଳାହାଣ୍ଡି, ଢେଙ୍କାନାଳ, କଟକ ଓ ଖୋର୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ଅପରାହ୍ନଠାରୁ ପାଗରେ ବଡ଼ଧରଣର ପରିବର୍ତନ ଆସିବ। ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ଲାଗିରହିବ। ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।