Odia News Portal

କମିବ ବର୍ଷା ପ୍ରକୋପ

ଭୁବନେଶ୍ୱର : ଭେରି ସିଭିୟର ସାମୁଦ୍ରିକ ବାତ୍ୟା ୟାସ୍ ଉତର-ଉପକୂଳ ଓଡିଶାରୁ ଉତର-ଉତର ପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଂଟା ମଧ୍ୟରେ ବାତ୍ୟାର ବେଗ ଘଂଟା ପ୍ରତି ୧୦ କିମି ରହିଛି ।ଏହାକ୍ରମଶଃ ଦୁର୍ବଳ ହେବାରେ ଲାଗିଛି । ତେବେ ଏହା ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତାକାଲି ବର୍ଷାର ପରିମାଣ କମିବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯିବା ସହ ବିଭିନ୍ନ ବନ୍ଦରରେ ବିପଦ ସଙ୍କେତ ଜାରି ରହିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଗୁରୁବାର ପୂର୍ବାହ୍ନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୁରଭଂଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ରେର୍ଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଅନୁଗୁଳ , ଦେବଗଡ, ସୁନ୍ଦରଗଡ ଓ ସମ୍ବଲପୁର ଜିଲ୍ଲାର କିଛିସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅପରପକ୍ଷରେ ଆଜି ସକାଳ ଠାରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହି ଦୁଇଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।