Odia News Portal

ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର()  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ପ୍ରଭାବରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକରେ ସବୁଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି।

ଏଥିସହ କିଛି ଜିଲ୍ଲାରେ ଘଡ଼ଘଡ଼ି ହେବା ନେଇ ୟଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି-ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର।