ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଏହା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କଟକ, ଜଗତସଂହପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ତେବେ ବର୍ଷା ପରେ ପୁଣି ଫେରିବ ଶୀତ । ଗତ ୨୪ଘଣ୍ଟାରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ୫ଟି ସ୍ଥାନରେ ଘନକୁହୁଡ଼ି ଦେଖାଯାଇଛି। ଆଗାମୀ ୩ଦିନ ଯାଏ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ ହୋଇଛି। ବର୍ଷା ପାଇଁ ଆଜି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।
ଏହା ସହିତ ପଶ୍ଚିମା ଝଡ଼ ମଧ୍ୟ ସକ୍ରିୟ ରହିଛି ।
ସେପଟେ ସ୍ୱଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୭ ତାରିଖରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଶୀତ ବଢିବ ।
Sign in
Sign in
Recover your password.
A password will be e-mailed to you.