୧୫ଟି ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା | ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି | ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।
ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର । ସେହିପରି ୨୪ ଘଣ୍ଟା ପରେ କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଅନ୍ୟପଟେ କେରଳ ଓ କର୍ଣ୍ଣାଟକରେ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଯାହାକି କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ପ୍ରବେଶ କରାଇବାରେ ସହାୟକ ହେବ ବୋଲି ଅାକଳନ କରାଯାଇଛି ।