Odia News Portal

ଆଜିଠୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ବୁଧବାର ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହୋଇଛି। ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଆଜି, ଆସନ୍ତାକାଲି ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗ ପବନ ବହିବା ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।