ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯ | ଆସନ୍ତାକାଲି ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା । ଏହାପରେ ୨୬ ଓ ୨୭ରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାର ଏକାଧିକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।