ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ମାସିକ ୫ହଜାର ଦରମା ବୃଦ୍ଧି କଲେ ସରକାର। ଏଣିକି ୧୧ ହଜାରରୁ ବଢ଼ି ୧୬ ହଜାର ହେଲା ଶିକ୍ଷକଙ୍କ ଦରମା। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ମିଳିବ ଏହି ବର୍ଦ୍ଧିତ ଦରମା। ମାସିକ ୧୧ ହଜାର ଟଙ୍କା ବଦଳରେ ୧୬ ହଜାର ପାଇବେ। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।