Odia News Portal

ଦକ୍ଷିଣ ଆଫ୍ରିକା ଫେରନ୍ତା ପଜିଟିଭ୍ ଚିହ୍ନଟ

ବ୍ରହ୍ମପୁର: ଗଞ୍ଜାମରେ ଦକ୍ଷିଣ ଆଫ୍ରିକା ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ । ଗଞ୍ଜାମର ୪ଟି କେସ୍ ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ସଂପୃକ୍ତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଅଛି। ସଂପୃକ୍ତ ବ୍ୟକ୍ତିଙ୍କ ପରିବାର ହୋମ୍ ଆଇସୋଲେସନରେ ଅଛନ୍ତି। ପଜିଟିଭ୍ ଚିହ୍ନଟ ପରେ ଭୂତାଣୁର ଅନୁଧ୍ୟାନ ପାଇଁ ILS ପଠାଯାଇଛି। ଏହାବ୍ୟତୀତ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଜଣେ ମହାରାଷ୍ଟ ଫେରନ୍ତା ପଜିଟିଭ ଚିହ୍ନଟ ହୋଇଛନ୍ତି।