ସମ୍ବେଦନଶୀଳ ଆଇନ୍ ଶୃଙ୍ଖଳା ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ରାଜନୀତି ନକରିବାକୁ କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର ।
ଆଜି ଏଠାରେ ସାମ୍ବାଦିକମାନଙ୍କୁ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ଦେଶର ବିଜେପି ଶାସିତ ରାଜ୍ୟ ଯଥା ଉତ୍ତରପ୍ରଦେଶ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ତୁଳନାରେ ଓଡିଶାର ଆଇନ୍ଶୃଙ୍ଖଳା ପରିସ୍ଥିତି ବେଶ୍ ଭଲ ରହିଛି । ଏପରିକି ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟସଭାକୁ ଯାଇଥିବା ମଧ୍ୟପ୍ରଦେଶ ତୁଳନାରେ ଓଡିଶାର ଆଇନ୍ଶୃଙ୍ଖଳା ସ୍ଥିତି ବେଶ୍ ଭଲ ।
ଏହା ଅତ୍ୟନ୍ତ ସ୍ପର୍ଶକାତର ଘଟଣା ଓ ଏହାକୁ ନେଇ ରାଜନୀତି କରିବା ବଦଳରେ ସଂଯମତାର ସହ ମୁକାବିଲା କରାଯିବା ଆବଶ୍ୟକ । ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଢ ଭାବେ ପରିଚାଳନା ଏବଂ ପରିସ୍ଥିତିକୁ ଶାନ୍ତ କରିବାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି ଯାହା ସମସ୍ତେ ଦେଖୁଛନ୍ତି । କେନ୍ଦ୍ର ସରକାରଙ୍କର ଜଣେ ଦାୟିତ୍ୱସମ୍ପନ୍ନ ମନ୍ତ୍ରୀ ଭାବେ ଯଦି ଆପଣ ଏହାକୁ ନେଇ ରାଜନୀତି କରିବା ବଦଳରେ ଲୋକଙ୍କୁ ଶାନ୍ତ ରହିବାକୁ ନିବେଦନ କରିଥାନ୍ତେ ତେବେ ଭଲ ହୋଇଥାନ୍ତା ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି । ଓଡିଶାର ଲୋକେ ଶାନ୍ତିପ୍ରିୟ ଏବଂ ଓଡିଶା ମଧ୍ୟ ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଓଡିଶାର ଲୋକଙ୍କୁ ଆଇନହୀନ ବୋଲି କହି ସେମାନଙ୍କୁ ଅପମାନିତ ନକରିବାକୁ ଶ୍ରୀମତୀ ମିଶ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ କହିଛନ୍ତି ।
Sign in
Sign in
Recover your password.
A password will be e-mailed to you.