Odia News Portal

ଦେଶରେ ୨୪ ଘଣ୍ଟାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୭୭

ନୂଆଦିଲ୍ଲୀ: ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୪,୪୬୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୬୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି।

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୪,୪୬୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୬୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୮୯,୨୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୯,୮୪,୭୮୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୭୭,୭୯୯। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୧୩,୨୨,୪୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୫ ତାରିଖ ସୁଦ୍ଧା ସମୁଦାୟ ୩୬,୪୭,୪୬,୨୫୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୩୬,୩୧୧ଟି ନମୁନା।