କମୁଛି କରୋନା କାୟା, ରାଜ୍ୟରେ ୪୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି । ୨ଦିନ ହେବ ୫ହଜାର ତଳେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୪୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଏହା ତଳକୁ ରହିଛି କଟକ। ଏହି ଜିଲ୍ଲାରୁ ୪୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ ୩୭୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨୨୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗିରରୁ ୫୬, ବୌଦ୍ଧରୁ ୯୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତସିଂହପୁରରୁ ୧୪୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୯୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୯୬, କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୨୧୬, ନବରଙ୍ଗପୁରରୁ ୧୧୮, ନୟାଗଡ଼ରୁ ୧୨୮, ନୂଆପଡ଼ାରୁ ୧୪, ପୁରୀରୁ ୨୪୩, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୬୧, ସୋନପୁରରୁ ୬୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୧୦୬ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।