ଭୁବନେଶ୍ୱର() କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୁଲିସ ଡିଏସପିଙ୍କୁ କରୋନା ପ୍ରସଙ୍ଗରେ ସମ୍ପୃକ୍ତ ଡିଏସପିଙ୍କ ପରିବାରର ଆଉ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଡିଏସପିଙ୍କ ପରିବାର ସଦସ୍ୟ ୪ ଓ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପଜିଟିଭ ଚିହ୍ନଟ ହୋଇଛନ୍ତି । କଣ୍ଟାକ୍ଟ ଟ୍ରେସିଂ ପରେ ୧୨୫ ଜଣ ସ୍ୱାବ ପରୀକ୍ଷା ପାଇଁ ଯାଇଥିଲା । ସଂଗୃହିତ ୧୨୫ ସାମ୍ପଲରୁ ୧୭ଟି ପଜିଟିଭ ମିଳିଥିବା ନେଇ ଆଠଗଡ଼ ଏସଡିଏମଓ ବିଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି ।
ପ୍ରକାଶ ଯେ,ରାଜ୍ୟରେ ଗୁରୁବାର ଆଉ ୨୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୯୩ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ଚିହ୍ନଟ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି।