ଭୁବନେଶ୍ୱର() ଓଡିଶାରେ ଆଜି ଆଉ ୩ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୭୦୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି। ୩ଜଣ ମୃତକ ମଧ୍ୟରୁ ଗଞ୍ଜାମରୁ ୨ଜଣ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।