ଭୁବନେଶ୍ୱର() ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି ।