ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ।ଉପକୂଳ, ଉତ୍ତର ଏବଂ ଉତ୍ତର-ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି ।୨୫ ପରଠୁ ଖରା ଆହୁରି ବଢିବ । ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ ବଢିବା ସମ୍ଭାବନା ରହିଛି ।
ଆଜି ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, କଟକ, ନୟାଗଡ, ବୌଦ୍ଧ, କନ୍ଧମାଳ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆଜିଦିନ ୧ଟା ସୁଦ୍ଧା ୧୦ଟି ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି .ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି ।