Odia News Portal

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତାକାଲି ଓଡ଼ିଶା ଆସିବେ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ମନମୋହନ ସାମଲ  କହିଛନ୍ତି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଏଠାରେ ବିଜେପି ସାଂସଦ, ବିଧାୟକ ଓ ଦଳୀୟ କର୍ମକର୍ତ୍ତାମାନଙ୍କ ସହ ତାଙ୍କର ଆଲୋଚନା କାର୍ଯ୍ୟକ୍ରମ ରହିଛି।