ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ମିଶ୍ର ପ୍ରମୁଖଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର କରାଯାଇଛି।
ସେହିପରି ମୋଟ ୧୪ ଜଣ ନେତା ହୋଇଛନ୍ତି ରାଜ୍ୟସ୍ତରୀୟ ମୁଖପାତ୍ର। ତା’ଛଡ଼ା ସନ୍ତୃପ୍ତ ମିଶ୍ର ଏବଂ କଳିକେଶ ସିଂଦେଓଙ୍କ ସମେତ ୬ ନେତାଙ୍କୁ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। କିନ୍ତୁ ଜିଲ୍ଲାସ୍ତରୀୟ ପଦ ପଦବୀ ଅପରିବର୍ତ୍ତିତ ରହିଥିବା ନିର୍ଦ୍ଦେଶନାମାରେ ଦର୍ଶାଯାଇଛି।