ନୂଆଦିଲ୍ଲୀ : ବୈଶ୍ୱିକ ବଜାରରେ ତୈଳ ଦରରେ ହ୍ରାସ ଦେଖା ଦେଇଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳୁ ନାହିଁ । ଅନ୍ୟପକ୍ଷେ ଦେଶରେ କୋରୋନା ଯୋଗୁଁ ସଙ୍କଟର ସ୍ଥିତି ଜାରି ରହିଛି । ଆଜି ଅର୍ଥାତ ଶୁକ୍ରବାର ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ହ୍ରାସ ଘଟିଛି ।
ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । ଅନ୍ୟପକ୍ଷେ ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟରେ ୦୬ ପଇସାର ହ୍ରାସ ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ ଏବଂ କୋଲକାତା ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଆସିନାହିଁ । କେବଳ ଚେନ୍ନାଇରେ ୦୧ ପଇସା ଓ ଭୁବନେଶ୍ୱରରେ ୦୫ ପଇସା ଡିଜେଲ ମୂଲ୍ୟରେ ହ୍ରାସ ଘଟିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୧୦ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୦୧ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୧.୬୪ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୭୯.୮୩ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୬.୭୭ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୬୧ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୭୩ ଟଙ୍କା ଦରରେ ବିକ୍ରି ହେଉଛି ।